Home Uncategorized ଆଜି ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ

ଆଜି ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ

0

ପୁରୀ : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ପୌଷ ମାସର ଆଦ୍ୟ ଦିନ । ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି ।ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି ପହିଲି ଭୋଗ । ପହିଲି ଭୋଗରେ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଏବଂ ଧନୁମୁଆଁ ଲାଗି ହୋଇଛି । ଗୋପାଳବଲ୍ଲଭ ପରେ ପହିଲି ଭୋଗ ସମ୍ପନ୍ନ ହୋଇଛି ।ଏହି ଅବସରରେ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ବହୁ ପ୍ରତିକ୍ଷୀତ ପହିଲିଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି । କଥିତ ଅଛି ଯେ, ପୌଷ ମାସରେ ମା ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି । ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି । ପୌଷପୂର୍ଣ୍ଣିମା ଠାରୁ ମକର ସଂକ୍ରାନ୍ତି ଯାଏଁ ପହଲି ଭୋଗ ପ୍ରସ୍ତୁତ କରାଯାଏ । ପହଲି ଭୋଗ ହେଉଛି ମହାପ୍ରଭୁଙ୍କର ଆଦ୍ୟ ଭୋଗ ଯାହା ବଢି ଭୋର୍ରୁ ଲାଗି କରାଯାଏ ।  ବିରି, ଗହମରେ ପ୍ରସ୍ତୃତ ୩୨ ପ୍ରକାର ପିଠାପଣା ଶ୍ରୀଜିଉଙ୍କ ନିକଟରେ ଲାଗି କରାଯିବ। ପହିଲି ଭୋଗରେ ମୁଖ୍ୟତଃ ବଡଝିଲି, ଅମାଲୁ, ଗଇଣ୍ଠା, ମଣ୍ଡା, ଆରିସା, କାକରା, ଝଡେଇ ନେଦା ଓ ବଡି ଆଦି ଭୋଗ କରାଯାଇଥାଏ । ପହିଲି ଭୋଗ ସମୟରେ ଦିବା ପହୁଡ଼ କରାଯିବାର ନୀତି ମଧ୍ୟ ରହିଛି । 

LEAVE A REPLY

Please enter your comment!
Please enter your name here