Home Uncategorized ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

0
ପୁରୀ:  ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ନୀତିକୁ ଆଖି ଆଗରେ ରଖି ସାଧାରଣ ଲୋକଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନକୁ କିଛି ସମୟ ପାଇଁ ବନ୍ଦ ରଖାଯାଇଛି । ବନକଲାଗି ଏକ ଗୁପ୍ତ ନୀତି । ତେଣୁ ଗର୍ଭଗୃହକୁ ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯିବ ।  ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ହୋଇଥିବା ପ୍ରସାଧନରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ । ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଆଜି ଅପରାହ୍ନ ୨ଟା୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ସନ୍ଧ୍ୟା ୬ଟା୩୦ ପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।