Home Uncategorized କଟକରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କଟକରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

କଟକ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶନିବାର କଟକରେ ବିଭିନ୍ନ ପ୍ରକଳ୍ପମାନ ଉଦ୍‌ଘାଟିତ ହୋଇଛି । ଏସସିବି ପରିସରରେ ନର୍ସିଂ କଲେଜର ନୃତନ ଗୃହକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଡିଟୋରିୟମ ଓ ହଷ୍ଟେଲକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି । ସହରାଂଚଳ ଗୋଷ୍ଠୀ ସ୍ୱାସ୍ଥ୍ୟ ସେବା କେନ୍ଦ୍ରକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି ।   ଏହାପରେ ସ୍ଥାନୀୟ ସନ୍‌ସାଇନ୍‌ ପଡ଼ିଆଠାରେ ଆୟୋଜିତ ରାଜସ୍ୱ ନୀରିକ୍ଷକଙ୍କ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଟ୍ରିପଲ ଟି ଉପରେ ଗୁରୁତ୍ୱ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ମନ୍ତ୍ରୀ ଶଶୀ ଭୂଷଣ ବେହେରା, ବିଧାୟକ ଦେବାଶିଷ ସାମନ୍ତରାୟ, ସିଏମ୍‌ସି ମେୟର ମୀନାକ୍ଷୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here