Home Uncategorized ଦିଲ୍ଲୀ ଯିବା ପୂର୍ବରୁ ସୁସ୍ଥ ଥିବା କଥା ଦୋହରାଇଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଯିବା ପୂର୍ବରୁ ସୁସ୍ଥ ଥିବା କଥା ଦୋହରାଇଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର଼: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଯିବେ ।  ମୁଖ୍ୟମନ୍ତ୍ରୀଙ୍କର ଏହି ପାଞ୍ଚଦିନିଆ ଗସ୍ତ ସମୟରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀ ଗସ୍ତରେ ଯିବା ପୂର୍ବରୁ  ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଥିଲେ ଯେ, ‘ମୁଁ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛି, କ’ଣ ସବୁ ଗୁଜବ ଚାଲିଛି ଜାଣିନି ।’

ଆଜି ଦିନ ୧.୫୦ରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ ।  ଆସନ୍ତାକାଲି ସେ ନୂଆଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବେ ।  ୧୮ ତାରିଖରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀସ୍ଥିତ ଓଡିଶା ଭବନରେ ଧର୍ମେନ୍ଦ୍ରଙ୍କୁ ଭେଟିବା ସହ ଆଇଓସିଏଲ ଓ ପାରାଦୀପ ରିଫାଇନାରୀ ସଂପର୍କରେ ଆଲୋଚନା କରିବେ  । ସେହିଦିନ ସଂଧ୍ୟାରେ ଦିଲ୍ଲୀ ତାଜ ପ୍ୟାଲେସ ହୋଟେଲରେ ଆଉଟଲୁକ ସ୍ପିକ ଆଉଟ ଆୱାର୍ଡ କାର୍ଯ୍ୟକ୍ରମରେ ଉପସ୍ଥିତ ଲୋକଙ୍କୁ  ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ୧୯ଅଗଷ୍ଟରେ ମଧ୍ୟ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ୨୦ରେ ଓଡିଶା ଫେରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here