Home Uncategorized ପାଣ୍ଡିଆନଙ୍କ ଘର ଉପରକୁ ଆକ୍ରମଣ ଘଟଣା : ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସରକାରୀ...

ପାଣ୍ଡିଆନଙ୍କ ଘର ଉପରକୁ ଆକ୍ରମଣ ଘଟଣା : ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସରକାରୀ କର୍ମଚାରୀ ସଂଘ

0

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବଙ୍କ ବାସଭବନ ଉପରେ ଭାଜପା କର୍ମୀଙ୍କ ଆକ୍ରମଣ ଘଟଣାର ଦୃଢ଼ ନିନ୍ଦା କରି ସୋମବାର ବିଭିନ୍ନ ସରକାରୀ ଅଧିକାରୀ ଓ କର୍ମଚାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଏହି ଘଟଣା ଆଦୌ ବରଦାସ୍ତ ଯୋଗ୍ୟ ନୁହେଁ। ଏହା ଗଣତନ୍ତ୍ରର ପରିପନ୍ଥୀ ବୋଲି ସଂଘ ପକ୍ଷରୁ ଦିଆଯାଇଥିବା ଦାବିପତ୍ରରେ ଉଲ୍ଲେଖ ରହିଛି। ତେଣୁ ଘଟଣାରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ତେବେ ଏଭଳି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କର୍ମଚାରୀମାନଙ୍କୁ ଆଶ୍ୱାସନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here