Home Uncategorized ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସାଂସଦ ବୈଜୟନ୍ତ ପଣ୍ଡା ନିଲମ୍ବିତ

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସାଂସଦ ବୈଜୟନ୍ତ ପଣ୍ଡା ନିଲମ୍ବିତ

0

ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ କେନ୍ଦ୍ରାପଡ଼ା ସାଂସଦଙ୍କୁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଯାଇଛି। ବିଜେଡି ଉପ-ସଭାପତି ସୂର୍ଯ୍ୟ ନାରାୟଣ ପାତ୍ର ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ସାଂସଦ ବୈଜୟନ୍ତଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ବିଜେଡି ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ, ସାଂସଦ ବୈଜୟନ୍ତ ପଣ୍ଡା ଦଳକୁ ସମାଲୋଚନା କରିବାକୁ ପଛାଉ ନ ଥିଲେ। ଏଥି ସହ ସେ ଗତ ପଞ୍ଚାୟତ ନିର୍ବାଚନରେ ଦଳ ବିରୋଧୀ ପ୍ରାର୍ଥୀଙ୍କୁ ସହାୟତା କରିଥିଲେ। ସାଂସଦ ବୈଜୟନ୍ତଙ୍କ ବିରୋଧରେ ଏହି ସବୁ ଅଭିଯୋଗ ଆସିବା ପରେ ଦଳର କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଭାରୀ ପ୍ରମିଳା ମଲ୍ଲିକ ଏବଂ କଟକ ଜିଲ୍ଲା ପ୍ରଭାରୀ ଉଷା ଦେବୀଙ୍କୁ ଅଭିଯୋଗର ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିଲା। ଏହି ରିପୋର୍ଟ ପାଇବା ପରେ ଦଳର ସଭାପତି ଉପରୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ବିଜେଡି ପକ୍ଷରୁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here