Home Uncategorized ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୪ ମୃତ – Prameya News7

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୪ ମୃତ – Prameya News7

0

ଲମତାପୁଟ ୩।୭: କୋରାପୁଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବାଇକ୍‌ ଦୁର୍ଘଟଣାରେ ୪ ନାବାଳକ ମୃତ୍ୟୁ ହୋଇଛି । ଭାରସାମ୍ୟ ହରାଇ ଗଛରେ ପିଟିହୋଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କୋରାପୁଟ ଜିଲ୍ଲା ପାଡୁଆ ଆଇଜି ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରୁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ପରିଚୟ ମିଳିନାହିଁ । ତେବେ ସମସ୍ତେ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ରହିଛି ।