Home ଓଡିଶା ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ଆରମ୍ଭ, ଆଜି ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧା ମୂର୍ତ୍ତି

ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ଆରମ୍ଭ, ଆଜି ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ- ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି ଆରମ୍ଭ ହୋଇଛି ।  ନୀଳାଦ୍ରି ବିଜେ ଶ୍ରୀଜିଉଙ୍କ ରଥଯାତ୍ରାର ଅନ୍ତିମ ପର୍ବ । ରତ୍ନବେଦୀକୁ ଆଜି ଫେରିବେ ଚତୁର୍ଦ୍ଧାମୂର୍ତ୍ତି । ଆଜି ନିର୍ଦ୍ଧାରିତ ସମୟ ପୂର୍ବରୁ  ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି ।  ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ଫେରୁଛନ୍ତି ଶ୍ରୀଜିଉ ।  ଇତିମଧ୍ୟରେ ମଦନମୋହନ ଓ ରାମକୃଷ୍ଣଙ୍କ ପହଣ୍ଡି ବିଜେ ସମ୍ପନ୍ନ ହୋଇଛି । ରାମକୃଷ୍ଣ, ମଦନମୋହନଙ୍କ ପରେ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି । ନୀଳାଦ୍ରିବିଜେ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି ।